ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): ଆସନ୍ତା ୩୦ ତାରିଖ ସୁଦ୍ଧା ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ହୋଇଛି । ଏହା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୧୧ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡିକ ହେଉଛି- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ଝାଡ଼ସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ଗୁରୁବାରରୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।