ଭୁବନେଶ୍ୱର,(ଏସ୍ ନ୍ୟୁଜ): ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଏହାରି ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୧ ତାରିଖ ସୁଦ୍ଧା ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି । ଆସନ୍ତା ୨-୩ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।