ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର : ଲଘୁଚାପ ଯୋଗୁଁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।  କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ ୨୪ଘଣ୍ଟା ମଧ୍ୟରେ କଳାହାଣ୍ଡି, ମୟୂରଭଞ୍ଜ, ରାୟଗଡ଼ା ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିବା ବେଳେ ସୋମବାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ଲାଗି ରହିଛି।