ରାଜ୍ୟରେ ସକ୍ରିୟ ଆଉ ଏକ ପଶ୍ଚିମାଝଡ଼

ଭୁବନେଶ୍ୱର : ରାଜ୍ୟରେ ୨୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ସହ ବର୍ଷାର ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ ପବନ, ଘଡ଼ଘଡ଼ି ସହ ବର୍ଷା ହେବ ।

ଏଥିପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ସୋନପୁର, ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ବର୍ଷା ହେବାର ସମ୍ଭାବନା ରହିଛି ।