୨୯ରୁ ରାଜ୍ୟରେ ଆଉ ଏକ ପଶ୍ଚିମା ଝଡ଼

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ହେଲା ପଶ୍ଚିମା ଝଡ଼ । ୩୦ ଓ ୩୧ରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ୩୦ରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ୩୧ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ଘଣ୍ଟାରେ କୋରେଇରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ତେବେ ବର୍ଷା ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ତେବେ ପଶ୍ଚିମା ଝଡ଼ ପ୍ରଭାବରେ ଉପାନ୍ତରୁ ଉପକୂଳ ସବୁଠି ଝଡ଼ ପବନ ସହ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବିଶେଷକରି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ କାଳବୈଶାଖୀର ପ୍ରଭାବ ଅଧିକ ରହିବ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।