ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ନିଯୁକ୍ତି

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି….

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ନିଯୁକ୍ତି । ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶଓ୍ୱନ୍ତ ସିଂହ । ଜଷ୍ଟିସ ଏସ ମୁରଲୀଧରଙ୍କୁ ମାଡ୍ରାସ ହାଇକୋର୍ଟକୁ ବଦଳି ହୋଇଛି । ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମର ନିଷ୍ପତ୍ତି ନେଇଛି । ଗତ ୨୮ ତାରିଖରେ ସୁପ୍ରିମକୋର୍ଟ କଲେଜିୟମରେ ଜଷ୍ଟିସ ଯଶଓ୍ୱନ୍ତ ସିଂହଙ୍କ ନାମ ସୁପାରିସ ହୋଇଥିଲା ।  ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଯଶଓ୍ୱନ୍ତ ସିଂହ ।