ମୃତ୍ୟୁ ବରଣ କରିଥିବା ମହିଳା ହୋମଗାର୍ଡ ଙ୍କ ପରିବାର ଙ୍କୁ ସହାୟତା

the deceased female home guard..

କନ୍ଧମାଳ: କନ୍ଧମାଳ ଜିଲ୍ଲା ଫୁଲବାଣୀ ଆଦର୍ଶ ଟାଉନ ଥାନା ରେ କାର୍ଯ୍ୟରତ ମହିଳା ହୋମଗାର୍ଡ ଅନୁ ବେହେରା ଙ୍କର ଗତ ମଇ ୩୧ ତାରିଖ ଦିନ ଅକାଳ ବିୟୋଗ ହୋଇଥିଲା । ଫୁଲବାଣୀ ଟାଉନ ଥାନା ର ହୋମଗାର୍ଡ ସଂଘ ଏବଂ ଟାଉନ ଥାନାର ସମସ୍ତ ହୋମଗାର୍ଡ ମୃତ ଅନୁ ବେହେରା ଙ୍କ ଦଶାହ କାର୍ଯ୍ୟରେ ଯୋଗ ଦେଇ ତାଙ୍କ ପରିବାର ଙ୍କୁ ଟାଉନ ଥାନାର ହୋମଗାର୍ଡ ସଂଘ ତରଫରୁ ,ରାସନ ସାମଗ୍ରୀ ଓ କିଛି ଆର୍ଥିକ ସହାୟତା ଦେବା ସହ ଶୋକ ସନ୍ତପ୍ତ ପରିବାରବର୍ଗ ଙ୍କୁ ଗଭୀର ସମବେଦନା ଜଣାଇଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲା ପଞୀକୃତ ହୋମଗାର୍ଡ ସଂଘର ସଭାପତି ପ୍ରଭାତ କୁମାର୍ ସାହାଣି, ଉପ ସଭାପତି ବିରାଜ କୁମାର ପ୍ରଧାନ, କାର୍ଯ୍ୟକାରି ସଭାପତି ,ଅକ୍ଷୟ କୁମାର ରାୟ, କୋଷାଧ୍ୟକ୍ଷ ଏସ. କେ. ରିହାଜୁଦିନ, ଏବଂ ଟାଉନ ଥାନା ହୋମଗାର୍ଡ ସଂଘ ସଭାପତି ରାଜ୍ କୁମାର୍ ବେହେରା, ଉପସଭାପତି, ସାଫ୍ରିନ ଖାନ୍,,ସହ ସମ୍ପାଦକ ଚିଦାନନ୍ଦ ଦାସ , କୋଷାଧ୍ୟକ୍ଷ ଜୟନ୍ତୀ ଚୌଧୁରୀ ,ଉପ କୋଷାଧ୍ୟକ୍ଷ ଭଜରାମ ନାୟକ,ଏବଂ ସଂଘର କର୍ମକର୍ତା ସରୋଜ ଦାସ, ସୁନିତା ପାତ୍ର, ସରସ୍ୱତୀ ନାୟକ,ଭାଗ୍ୟଲତା ନାୟକ,ଏବଂ ଅନ୍ୟାନ୍ୟ ହୋମଗାର୍ଡ ଉପସ୍ଥିତ ଥିଲେ ।

କିନ୍ତୁ ଦୁଃଖର ବିଷୟ , ଜୀବନସାରା ପୋଲିସ୍ ବିଭାଗରେ ହୋମଗାର୍ଡ ଭାବରେ ରହି ନିଜ ଜୀବନ କୁ ବାଜି ଲଗାଇ ନିଷ୍ଠା ଓ ଆନ୍ତରିକତାର ସହ କାର୍ଯ୍ୟ କରିଆସୁଥିଲେ ମଧ୍ୟ ସରକାର କୌଣସି ହୋମଗାର୍ଡ କର୍ମଚାରୀ ମାନଙ୍କ ର ଦୁଃଖ ନ ବୁଝିବା ପରିତାପ ର ବିଷୟ । କୈଣସି ହୋମଗାର୍ଡ ଅବସର ନିଅନ୍ତି, କି,ମୃତ୍ୟୁ ବରଣ କରନ୍ତି ତାଙ୍କ ପରିବାରକୁ ସରକାରଙ୍କ ତରଫରୁ କୈଣସି ଆର୍ଥିକ ସହାୟତା ଏବଂ ପରିବାର ର କୌଣସି ସଦସ୍ୟ ଙ୍କୁ ଥଇଥାନ ର ବ୍ୟବସ୍ଥା ମଧ୍ୟ କରା ଯାଇନାହିଁ । କନ୍ଧମାଳ ଜିଲ୍ଲାରେ କାର୍ଯ୍ୟରତ ହୋମଗାର୍ଡ ମୃତ୍ୟୁ ବରଣ କରିଥିଲେ ମଧ୍ୟ ତାଙ୍କ ପରିବାର ଙ୍କୁ ଏ ପର୍ଯ୍ୟନ୍ତ କୌଣସି ସରକାରୀ ସୁବିଧା ମିଳିପାରୁନାହିଁ । ଏଥିପ୍ରତି ସରକାର ଦୃଷ୍ଟି ଦେବାକୁ ଦାବୀ କରିଛି ସଂଘ l