ଅତାବିରା ଏନଏସି ନିର୍ବାଚନ: ୧୨ଟି ୱାର୍ଡରୁ ୧୧ଟିରେ ବାଜି ମାରିଲା ବିଜେଡି

ବରଗଡ: ଅତାବିରା ଏନଏସି ନିର୍ବାଚନରେ ବାଜି ମାରିଲା ବିଜେଡି । ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଏନଏସି ଅଧ୍ୟକ୍ଷ ପଦ ପାଇଁ ବିଜେଡିର ବନମାଳୀ ବରିହା ବିଜୟୀ ହୋଇଛନ୍ତି । ବିଜେଡି ପାଇଁ ପ୍ରଚାର ଅଭିଯାନ ସମ୍ଭାଳିଥିଲେ ଅତାବିରା ନିର୍ବାଚନମଣ୍ତଳୀରୁ ପ୍ରତିନିଧିତ୍ବ କରୁଥିବା ବିଧାୟିକା ସ୍ନେହା˚ଗିନୀ ଛୁରିଆ। ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ରୀତା ସାହୁ, ବିଧାୟକ ସୁଶାନ୍ତ ସିଂ, ଦେବେଶ ଆଚାର୍ଯ୍ୟ, ବରିଷ୍ଠ ନେତା ମହେନ୍ଦ୍ର ବଢ଼େଇ, ସାଧୁ ନେପାକଙ୍କୁ ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା।