ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ୱରୀ

ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା ଅବସର …

ବରଗଡ଼: ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା ଅବସରରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ୱଳନ କରିଥିଲେ। ଗୁରୁବାର ମା’ ସମଲେଶ୍ୱରୀ ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତଙ୍କ ସମାଗମ ହୋଇଛି।

ଦେବଗଡ଼: ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ କରିଥିଲେ। ଗୁରୁବାର ମା’ କନକ ଦୁର୍ଗା ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତଙ୍କ ସମାଗମ ହୋଇଛି।