ଭଦ୍ରକ,ଢେଙ୍କାନାଳ ଜିଲ୍ଲାପାଳ ବଦଳିଲେ

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ରାଜ୍ୟ ସରକାର ଆଇଏଏସ୍ ଓ ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ବଦଳି କରାଯାଇଛି। ସେହିଭଳି ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ଢେଙ୍କାନାଳ ଜିଲ୍ଲାପାଳ ଥିବା ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ବଦଳି କରାଯାଇଛି। ଓଡ଼ିଶା ରାଜ୍ୟ ମୃଦୁପାନୀୟ ନିଗମର ପରିଚାଳନା ନିର୍ଦ୍ଦେଶକ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ବର୍ତ୍ତମାନ କାର୍ୟ୍ୟ କରୁଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲପାଳ ଭାବେ ନୂଆ ନିଯୁକ୍ତି ମିଳିଛି ।