ସଡକ ଦୁର୍ଘଟଣାରେ ୩ ମୃତ

ଭଦ୍ରକ: ଭଦ୍ରକ ଜିଲ୍ଲା ସାବରଙ୍ଗ ଉଚ୍ଚ ବିଦ୍ୟାଳୟ ନିକଟରେ ଏକ ବାଇକ୍‌-ଟ୍ରକ ଧକ୍କାରେ ତିନି ଜଣଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପକ୍ଷରେ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି ।