ଓଡ଼ିଶାରେ ଗଡ଼ିବ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ରେଳବାଇ ଭିତ୍ତିଭୂମିର ଅଭିବୃଦ୍ଧି ଓ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ସାରା ଦେଶରେ ୨୭୪ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ବିକାଶ ପାଇଁ ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ ଅବସରରେ ଏହି ସେବା ଆରମ୍ଭ କରିଛନ୍ତି।