ଆସନ୍ତା ୨ରୁ ବନ୍ଦ ରହିବ ଭିତରକନିକା

ପଟ୍ଟାମୁଣ୍ଡାଇ: ଆସନ୍ତା ଜାନୁଆରୀ ୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ । କୁମ୍ଭୀରମାନଙ୍କ ଏନ୍ତୁଡିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଏହି ଉଦ୍ୟାନକୁ ଦେଶ ସମସ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏହା ୧୦ଦିନ ଧରି ଭିତରକନିକା ବନ୍ଦ ରହିବ । ସୂଚନାଯୋଗ୍ୟ ଯେ, ଗତବର୍ଷ ଗଣନା ଅନୁସାରେ ଭିତରକନିକାରେ ୧୭୬୮ଟି ବଉଳା କୁମ୍ଭୀର ଅଛନ୍ତି ।

ସେହିପରି କୁମ୍ଭୀର ବିଶାରଦ ଡା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ । ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା କାର୍ଯ୍ୟ କରାଯିବ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।