ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ : ଡିଜିଙ୍କୁ ହାଜିରା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ (ଏସ୍ ନ୍ୟୁଜ) : ଓଡିଶା ହାଇକୋର୍ଟ ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା ତଦନ୍ତର ଷ୍ଟାଟସ ରିପୋର୍ଟକୁ ନେଇ ବିରକ୍ତି ପ୍ରକାଶ କରିଛନ୍ତି ।

ଅନ୍ୟପଟେ ପୁଲିସ ମହାନିର୍ଦ୍ଦେଶକଙ୍କୁ ବ୍ୟକ୍ତିଗତ ଭାବେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟକ୍ତିଗତ ହାଜର ସହ ତଦନ୍ତ ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ କହିଛନ୍ତି କୋର୍ଟ। ମାମଲାର ପରବର୍ତ୍ତୀ ଶୁଣାଣି ୧୮ ତାରିଖକୁ ଧାର୍ଯ୍ୟ କରାଯାଇ ଥିବାରୁ ସେହିଦିନ ହାଜର ହେବା ପାଇଁ ଡିଜିପିଙ୍କ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏନେଇ ଭାରତୀୟ ବିକାଶ ପରିଷଦର ଓକିଲ ଗୋପାଳ ପ୍ରସାଦ ଜେନା ପ୍ରକାଶ କରିଛନ୍ତି।

ଗତ ଅଗଷ୍ଟ ୩୦ ତାରିଖରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ନେଇ ଭୁବନେଶ୍ୱର ମହିଳା ଥାନାରେ ଏତଲା ଦାୟର ହୋଇଥିଲା। ଏହି ଘଟଣାରେ ଓଟିଭିର କିଛି କର୍ମଚାରୀ, ଜଣେ ପୁଲିସ କର୍ମଚାରୀ ଓ ତାଙ୍କର ଦୁଇ ସହଯୋଗୀ ସଂପୃକ୍ତ ଥିବା ପୀଡ଼ିତା ଅଭିଯୋଗ କରିଥିଲେ। ହେଲେ ଏଯାଏ ଉକ୍ତ ପୁଲିସ୍ କର୍ମଚାରୀଙ୍କୁ ଚିହ୍ନଟ କରିପାରିନି ପୁଲିସ୍।