ୟେଲୋୱାର୍ଣ୍ଣିଂ ଜାରି କଲା ଭୁବନେଶ୍ୱର ପାଣିପାଗ କେନ୍ଦ

ରାଜ୍ୟର ୨୩ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ….

ଭୁବନେଶ୍ୱର : ରାଜ୍ୟର ୨୩ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେ଼ଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଗଜପତି ପ୍ରଭୃତି ୨୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି । ଏହା ସହ ଏହି ୨୩ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।