ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବୁଥ୍ ମୁହାଁ ପୋଲିଂ ପାର୍ଟି

ଭୁବନେଶ୍ୱର : ଆସନ୍ତାକାଲି ପଞ୍ଚାୟତ ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ମତଦାନ। ଶେଷ ହୋଇଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରଚାର। ଏହି ପର୍ଯ୍ୟାୟରେ ୨୯ଟି ଜିଲ୍ଲାର ୬୩ ବ୍ଲକରେ ୧୭୧ଟି ଜିଲ୍ଲା ପରିଷଦ ଜୋନ୍, ୧୩ ଶହ ୮୨ ପଞ୍ଚାୟତ ଏବଂ ୧୮ ହଜାର ୪୯୫ ୱାର୍ଡରେ ମତଦାନ ହେବ। ମୋଟ ୫୬ ଲକ୍ଷ ୫୩ ହଜାର ୪୦୫ ଭୋଟର ମତସାବ୍ୟସ୍ତ କରିବେ।

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଥ୍ ମୁହାଁ ହୋଇଛନ୍ତି ପୋଲିଂ ପାର୍ଟି।  ଅଧିକାଂଶ ବୁଥରେ ପୋଲିଂ ପାର୍ଟି ପହଞ୍ଚି ସାରିଥିବା ବେଳେ ଆଉ କିଛି ବୁଥକୁ ଯାଉଛନ୍ତି। ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୁଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଛି। ୨୪ ତାରିଖରେ ପଞ୍ଚମ ପର୍ଯ୍ୟାୟ ମତଦାନ ସରିବା ପରେ ୨୬ରୁ ୨୮ ତାରିଖ ୩ ଦିନ ଧରି ପର୍ଯ୍ୟାୟ କ୍ରମେ ଭୋଟ୍ ଗଣତି କରାଯିବ।