ପୁରୁଣା କଟକରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ

ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ , ନେହେରୁ ଯୁବ କେନ୍ଦ୍ର ବୌଦ୍ଧ ଓ ଜାତୀୟ ସେବା ଯୋଜନାର

ବୌଦ୍ଧ : ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ , ନେହେରୁ ଯୁବ କେନ୍ଦ୍ର ବୌଦ୍ଧ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବୌଦ୍ଧରେ ଦୁଇଟି ପର୍ଯ୍ୟାୟରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ପୁରୁଣାକଟକ ପଞ୍ଚାୟତ କାର୍ଯ୍ୟlଳୟ ପ୍ରାଙ୍ଗଣରେ ସରପଞ୍ଚ ଅଶୋକ କୁମାର ସେଠୀଙ୍କ ସଭାପତିତ୍ତ୍ୱରେ ମୁଖ୍ୟଅତିଥି ରୂପେ ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରବିନ୍ଦ୍ର ନାଥ କହଁର,ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ, ନିବାରଣ ନିରୀକ୍ଷକ ଜଗବନ୍ଧୁ ଜରିଆ , ନେହେରୁ ଯୁବକେନ୍ଦ୍ରର କର୍ମକର୍ତ୍ତା ଆସମାନ ମହାକୁଡ଼ ଯୋଗ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଇଥିଲେ ।

ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଭୈରବୀ ଡିଗ୍ରୀ କଲେଜରେ ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼କ୍ଟର ପ୍ରମୋଦ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ, ଦୁର୍ନୀତି ନିବାରଣ ନିରୀକ୍ଷକ ଜଗବନ୍ଧୁ ଜରିଆ, ନେହେରୁ ଯୁବକେନ୍ଦ୍ରର କର୍ମକର୍ତ୍ତା ଆସମାନ ମହାକୁଡ଼ ଯୋଗ ଦେଇ କାର୍ଯ୍ୟକ୍ରମ ମହତ୍ୱ, ଲକ୍ଷ୍ୟ, ଉଦ୍ଦେଶ୍ୟ ସମ୍ପର୍କରେ ଛାତ୍ରଛାତ୍ରୀଙ୍କ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମରେ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ରଞ୍ଜିତ କୁମାର ସାମଲ ଅତିଥି ପରିଚୟ ପ୍ରଦାନ କରିବା ସହ ସଭା ପରିଚାଳନା କରିଥିବା ବେଳେ କ୍ରୀଡ଼ା ଶିକ୍ଷକ ମଧୁସୂଦନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।