ଲୁକାପଡ଼ା ଛକ ଠାରେ ବାଇକ ଦୁର୍ଘଟଣା ଗ୍ରସ୍ତ ଜଣେ ମୃତ

ସେଠି ଡାକ୍ତର ସାନୁଜ କୁ ମୃତ ଘୋଷଣା କରିଥିଲେ…..

ବୌଦ୍ଧ: ବୌଦ୍ଧ ଜ଼ିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଲୁକାପଡ଼ା ଛକ ଠାରେ ବାଇକ ଦୁର୍ଘଟଣା ଗ୍ରସ୍ତ ହୋଇ ଜଣେ ଯୁବକ ର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।ପ୍ରାପ୍ତ ସୂଚନା ମତେ କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ସାନୁଜ ମଳିକ (୨୩)କରଞ୍ଜକଟା କୁ କୋଣସି କାମରେ ଆସି ନିଜ ଗ୍ରାମକୁ ଫେରିଥିବା ସମୟରେ ଗୁରୁବାର ଦିନ ସାଢ଼େ ୧ ସମୟରେ ଲୁକାପଡ଼ା ଛକ ଠାରେ ବାଇକ ଭାରସାମ୍ୟ ହରାଇ ଏକ ଗଛରେ ବାଡେଇ ହୋଇଥିଲେ।

ଏଥିରେ ସାନୁଜ ଗୁରୁତର ହୋଇଥିଲେ । ଖବର ପାଇ ଚାରିଛକ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଙ୍କୁ ଉଦ୍ଧାର କରି ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ । ସେଠି ଡାକ୍ତର ସାନୁଜ କୁ ମୃତ ଘୋଷଣା କରିଥିଲେ । ପୁରୁଣାକଟକ ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ଶବ ଜବତ କରିବା ସହ ତଦନ୍ତ କରୁଥିବା ସୂଚନା ମିଳିଛି ।

ବୌଦ୍ଧରୁ ଜ଼ିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ ସାକସୀ ନିୟୁଜ