ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ

ବୌଦ୍ଧ : ଏକ ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଏହି ଘଟଣା ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ବାଇପାସ୍‌ ରାସ୍ତାରେ ଘଟିଛି । ଖବର ଅନୁଯାୟୀ ବାଇକ ଚାଳକ ଓ ତାଙ୍କ ସହଯୋଗୀ ବାଇକ୍‌ ଯୋଗେ ନିଜ ଗାଁରୁ ବାହାରି ବାସୁଦେବପାଲି ପେଟ୍ରୋଲ ପମ୍ପ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା ।

ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ । ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ତେବେ ଦୁର୍ଘଟଣା ଘଟାଇଥିବା ଗାଡ଼ି ଫେରାର ହୋଇଯାଇଛି । ସୂଚନା ପାଇଁ ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚି ଘଟଣାର ଅଧିକ ତଦନ୍ତ ଚଳାଇଛି ।