ଓଡ଼ିଶାରେ ବଢ଼ିଲା ବସ୍ ଭଡ଼ା

ଭୁବନେଶ୍ୱର: ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହୋଇଥିବା ବେଳେ ସାଧାରଣ ଲୋକଙ୍କୁ ଲାଗିଛି ଆଉ ଏକ ଝଟକା । ତୈଳ ଦର ବଢ଼ୁଥିବାରୁ ରାଜ୍ୟରେ ବସ୍ ଭଡ଼ା ବଢ଼ିଯାଇଛି ।

ମିଳିଥିବା ସୂଚନା ଅନୁସାରେ, ଅର୍ଡିନାରୀ ଭଡ଼ା କିଲୋମିଟର ପିଛା ୮୭ରୁ ୯୦ ପଇସା ବୃଦ୍ଧି ପାଇଛି । ଏକ୍ସପ୍ରେସ ଭଡ଼ା କିଲୋମିଟର ପିଛା ୯୧ରୁ ୯୪ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଭଡ଼ା କି.ମି ପିଛା ୬ପଇସା ରୁ ୧ ଟଙ୍କା ୩୧ ପଇସାକୁ ବୃଦ୍ଧି ପାଇଛି । ଏସି ଡିଲକ୍ସ ଭଡ଼ା ୧ ଟଙ୍କା ୫୩ ପଇସାରୁ ୧ ଟଙ୍କା ୫୯ ପଇସାକୁ ବୃଦ୍ଧି ପାଇଛି । ସୁପର ପ୍ରିମିୟମ ଭଡ଼ା ୨ ଟଙ୍କା ୩୮ ପଇସାରୁ ୨ ଟଙ୍କା ୪୭ ପଇସାକୁ ବୃଦ୍ଧି ହୋଇଛି । ଭଡ଼ା ବୃଦ୍ଧି ନେଇ ଘରୋଇ ବସ୍ ମାଲିକ ସଂଘ ସା.ସମ୍ପାଦକ ସୂଚନା ଦେଇଛନ୍ତି ।