୩୦ ଯାଏଁ ପ୍ରବଳ ବର୍ଷା ସମ୍ଭାବନା!

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା….

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିବା ସହ ମୟୁରଭଂଜ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖ ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।