୫ ଦିନ ପ୍ରବଳ ବର୍ଷା ସମ୍ଭାବନା
ଏହି ସମୟରେ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି…
ଭୁବନେଶ୍ୱର : ଉପକୂଳ ଓଡ଼ିଶା ଓ ଏହାର ନିକଟବର୍ତ୍ତି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ଉଚ୍ଚ଼ତାରେ ଦକ୍ଷିଣ ଆଡକୁ ଢଳି ରହିଛି । ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଅପରପକ୍ଷରେ ଏସଆରସି ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ, ନୂଆପଡା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହବାର ସମ୍ଭାବନା ରହିଛି । ଏହି ସମୟରେ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।