୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼,ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

୧୫ରୁ ୧୬ ତାରିଖ ମଧ୍ୟରେ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏତଦ ବ୍ୟତୀତ ଅଗଷ୍ଟ ୧୬ରୁ ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି।