160×600
160×600

୧୮ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବାଂଲାଦେଶରେ ହେଉ ଥିବା ଘୂର୍ଣ୍ଣିବଳୟ ସହ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମିଶି ଯାଇଛି । ତେବେ ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହୋଇପାରେ ।

ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।