ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଉଛି । ଏହାକ୍ରମେ କ୍ରମେ ଅଧିକ ଘନୀଭୂତ ହେଉଥିବାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିାଇଁ ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୮ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ୩ ଜିଲ୍ଲା ହେଲା ଗଜପତି, ଗଞ୍ଜାମ ଓ କଳାହାଣ୍ଡି ।

ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି । ସେହିଭଳି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା । ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ନେଇ ଆଶଙ୍କା ପ୍ରକାଶ ପାଇଛି । ଋଷିକୂଲ୍ୟା, ବଂଶଧାରା, ନାଗାବଳୀ, ସାବେରୀ ଇତ୍ୟାଦି ନଦୀଗୁଡ଼ିକରେ ଜଳପତ୍ତନ ବୃଦ୍ଧି ପାଇବାର ଆଶଙ୍କା ଥିବାରୁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସୂଚନାଦିଆଯାଇଛି ।