ରାଜ୍ୟରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କେତେକ ସ୍ଥାନରେ ଗତକାଲି ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି । କଟକ ସହର ସମେତ ଆଖପାଖ ଅଞ୍ଚଳରେ କାଳବୈଶାଖୀ ଝଡ଼ବର୍ଷା ସହ ଘଡ଼ଘଡ଼ି ପ୍ରଭାବ ଦେଖିବାକୁ ମିଳିଥିଲା । ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳମଗ୍ନ ହେବା ସହ କେତେକ ଅଞ୍ଚଳରେ ଗଛ ଭାଙ୍ଗିବା ଯୋଗୁଁ ଯାତାୟତ, ବିଦ୍ୟୁତ୍‍ ସରବରାହ ପ୍ରଭାବିତ ହୋଇଛି ।

ଆଜି ୪ଟି ଜିଲ୍ଲା ଗଜପତି, ଗଞ୍ଜାମ, ରାୟଗଡ଼ା ଓ କନ୍ଧମାଳରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହିସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ମଧ୍ୟ ରାଜ୍ୟର ୧୧ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାନେଇ ସେହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।