ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ଟି ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମା-ଝଡ଼ର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଝଡ଼ ପବନ ସହ ଘଡ଼ଘଡ଼ି ଏବଂ ବର୍ଷା ହୋଇଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଗତକାଲି ଦାରିଙ୍ଗବାଡିଠାରେ ସର୍ବାଧିକ ୩୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିଭଳି ସୂଚନା ଅନୁସାରେ ବାଂଲାଦେଶ ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ରହିଥିବା ଘୂର୍ଣ୍ଣିବଳୟ ମଧ୍ୟ ଦେଇ ଏକ ଟ୍ରଫ ଲାଇନ୍‍ ଗତି କରୁଛି । ଏହା ପଶ୍ଚିମବଙ୍ଗ ଓ ଦକ୍ଷିଣ ଓଡ଼ିଶା ମଧ୍ୟଦେଇ ଗତି କରୁଥିବାରୁ ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।ଆସନ୍ତା ୨୪ଘଣ୍ଟା ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।