ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଘଣ୍ଟାକୁ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହିସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି । କଟକ ସହର ସମେତ ଆଖପାଖ ଅଞ୍ଚଳରେ କାଳବୈଶାଖୀ ଝଡ଼ବର୍ଷା ସହ ଘଡ଼ଘଡ଼ି ପ୍ରଭାବ ଦେଖିବାକୁ ମିଳିଥିଲା ।