ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶେକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଧାମନଗର ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରିଛନ୍ତି ।