ଭୁବନେଶ୍ୱର,(ସାକ୍ସୀ ନ୍ୟୁଜ୍): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ବିଶ୍ବାଳଙ୍କୁ ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା ଭାବେ ବର୍ଣ୍ଣନା କରିଛନ୍ତି , ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ରାଜ୍ୟର ପ୍ରଗତି ଏବଂ ଲୋକଙ୍କ ଉନ୍ନତି ଦିଗରେ ସେ କରିଯାଇଥିବା କାର୍ଯ୍ୟ ପାଇଁ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି।