ବିଶିଷ୍ଟ ଜନନେତା ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ରାଷ୍ଟ୍ରୀୟ ମର୍ଯ୍ୟାଦା ରେ ହେବ ଶେଷକୃତ୍ୟ

ଭୁବନେଶ୍ବର, 21/4/23; ବିଶିଷ୍ଟ ଜନନେତା ପୂର୍ବତନ ସାଂସଦ ,ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି . ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ,ସ୍ଵର୍ଗତ କାନୁନଗୋଙ୍କୁ ଜଣେ ବିଶିଷ୍ଟ ପାର୍ଲିଆମେଣ୍ଟାରିଆନ,ଅର୍ଥନୀତିଜ୍ଞ ତଥା ସମାଜସେବୀ ଭାବରେ ବର୍ଣ୍ଣନା କରିଛନ୍ତି. ସେ ଥିଲେ ସାଧାରଣ ଲୋକ ର ବନ୍ଧୁ .ଓ ସାରା ଜୀବନ ସମାଜସେବା ପାଇଁ ନିଜକୁ ସମର୍ପିତ କରିଥିଲେ.

ସାଂସଦ ,ବିଧାୟକ ,ଦ୍ୱିତୀୟ ରାଜ୍ୟ ଅର୍ଥ କମିଶନ ର ଅଧ୍ୟକ୍ଷ ତଥା କଟକ ମୁନିସିପାଲଟି ର ଚେୟାରମ୍ଯାନ ଭବରେ ସେ ଅନେକ ଉଲ୍ଲେଖନୀୟ କାମ କରିଯାଇଛନ୍ତି . ତାଙ୍କର ନିଃସ୍ବାର୍ଥପର ସେବା ପାଇଁ ସ୍ଵର୍ଗତ କାନୁନଗୋ ସବୁବେଳେ ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି .
ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିଛନ୍ତି . ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ଵର୍ଗତଃ କାନୁନଗୋଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି.