ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ମୁଣ୍ଡଳି ନିକଟରେ ମହାନଦୀରେ ଫସିଥିବା ହାତୀକୁ ଉଦ୍ଧାର କରିବାକୁ ଯାଉଥିବା ଓଡ୍ରାଫ୍‌ ଟିମର ବୋଟ ଓଲଟିବା ଘଟଣାରେ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କର ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତଯ ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।