ଲୋକଙ୍କ ପାଇଁ ଖୋଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ହେବ। ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗରେ ମୁଖ୍ୟମନ୍ତ୍ରୀ ଶୁଣାଣି କରିବେ। ଏଥିପାଇଁ ସକାଳ ୮ରୁ ଆରମ୍ଭ ହୋଇଛି ପଞ୍ଜିକରଣ । ୧୨ଟା ପର୍ଯ୍ୟନ୍ତ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜିକରଣ କରିପାରିବେ। ଏହା ସହ ଇମେଲ ଓ ମେସେଜ୍ ମାଧ୍ୟମରେ ମଧ୍ୟ ଲୋକେ ସେମାନଙ୍କ ଅଭିଯୋଗ କରିପାରିବେ। ଜୁଲାଇ ୧ରୁ ପ୍ରଥମେ ଶୁଣାଣି ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ।

ସେହିଦିନ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ବିଜେପି ସରକାରକୁ ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ଆରମ୍ଭ ହୋଇଛି। ପ୍ରତି ସୋମବାର ଦିନ ୧୧ଟାରୁ ମୋହନ ମାଝୀ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିବେ। ପ୍ରଥମ ଦିନରେ ପାଖାପାଖି ୧୫୦୦ ଶହ ପଞ୍ଜିକରଣ କରିଥିଲେ । ଅଭିଯୋଗ ପ୍ରକୋଷ୍ଠ ସାମ୍ନାରେ ଦେଖିବାକୁ ମିଳିଥିବା ନାହିଁ ନଥିବା ଭିଡ଼ ଦେଖିବାକୁ ମିଳିଥିଲା ।