ଆଳିରେ ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର(୨୭ ଏପ୍ରିଲ୍ ୨୦୨୩) :କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟ ରେ ନୌକା ଦୁର୍ଘଟଣା ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।

ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।