ଜଳବାୟୁ ପରିବର୍ତ୍ତନ ପ୍ରଭାବ ଅବ୍ୟାହତ: ଆସନ୍ତା ୨୪ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୂମଧ୍ୟ ସାଗରୀୟ ଜଳବାୟୁ ପରିବର୍ତ୍ତନର ପ୍ରଭାବରେ….

ଭୁବନେଶ୍ୱର: ପଶ୍ଚମାଝଡ଼ର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୩ ଦିନ ମଧ୍ୟରେ କେତେକ ସ୍ଥାନରେ ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତେବେ ଭୂମଧ୍ୟ ସାଗରୀୟ ଜଳବାୟୁ ପରିବର୍ତ୍ତନର ପ୍ରଭାବରେ ରାଜ୍ୟର ୧୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି, ବଜ୍ରପାତ ଓ କୁଆପଥର ମାଡ଼ ହୋଇପାରେ।

ଭବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ କାଳବୈଶାଖୀ ପ୍ରଭାବ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରହିବା ନେଇ ବିଭାଗ ପୂର୍ବାନୁମାନ କରିଛି।