ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆଉ ୪ ମାସ ମାଗଣା ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର: ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଆଉ ୪ ମାସ ମାଗଣାରେ ମିଳିବ ରାସନ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅତିରିକ୍ତ ମାଗଣାରେ ୫ କିଲୋ ଚାଉଳ ବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, କୋଭିଡ୍‌ ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀଙ୍କୁ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ମିଳିବ । ଡିସେମ୍ବର ୨୦୨୧ରୁ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ଏହି ଚାଉଳ ମିଳିବ । ଏହି ଯୋଜନାରେ ୨,୮୮,୫୨୮ ପରିବାରର ୯,୧୫,୫୩୨ ସଦସ୍ୟ ଉପକୃତ ହେବେ । ଏଥିପାଇଁ ରାଜ୍ୟ ରାଜକୋଷରୁ ୬୮.୧୩ କୋଟି ଟଙ୍କା ଖର୍ଚ୍ଚ ହେବ ।