ବାପୁ ଓ ଶାସ୍ତ୍ରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର(ଏସ୍ ନ୍ଯୁଜ): ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ।

ଦୁଇ ମହାପରୁଷଙ୍କ ଜୟନ୍ତୀକୁ ନେଇ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଜାତିର ପିତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଜଳି ଜ୍ଞାପନ କରିଛନ୍ତି । ବାପୁଙ୍କ ଫଟୋରେ ନବୀନ ପୁଷ୍ପମାଲ୍ୟ ଦେଇ ତାଙ୍କର ବଳିଷ୍ଠ ଅବଦାନକୁ ସ୍ମରଣ କରିଥିଲେ ।


ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଏକ ଭିଡିଓ ପୋଷ୍ଟ କରି ଲେଖିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମର କର୍ଣ୍ଣଧାର ତଥା ସତ୍ୟ ଓ ଅହିଂସାର ପ୍ରତୀକ ହେଉଛନ୍ତି ମହାତ୍ମା ଗାନ୍ଧୀ ।ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ସହ ଲୋକଙ୍କ କଲ୍ୟାଣରେ ତାଙ୍କ ପ୍ରଦର୍ଶିତ ମାର୍ଗ ସର୍ବଦା ସହାୟକ ।

ସେପଟେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ସମେତ ବିଧାନସଭା ପରିସରରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତିରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ପ୍ରଫୁଲ୍ଲ କୁମାର ସାମଲ, ରୋହିତ ପୂଜାରୀ, ବିଧାନସଭା ସଚିବ ଓ ଅନ୍ୟାନ୍ୟ କର୍ମଚାରୀ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ସେହିପରି ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକା ଶିଳ୍ପ ମାଧ୍ୟମରେ ଗାନ୍ଧୀଙ୍କ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।