ଭୁବନେଶ୍ୱର ଠାରେ ପିଏମ୍ ଗତିଶକ୍ତି ଉପରେ ପୂର୍ବ କ୍ଷେତ୍ର ସମ୍ମିଳନୀ ଆୟୋଜନ କରିବ କୋଇଲା ମନ୍ତ୍ରଣାଳୟ
କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ୱର ଠାରେ ପିଏମ୍ ଗତିଶକ୍ତି …
ଏହି ସମ୍ମିଳନୀରେ ପୂର୍ବ କ୍ଷେତ୍ରର ରାଜ୍ୟ ଏବଂ ବିଭିନ୍ନ କେନ୍ଦ୍ରୀୟ ମନ୍ତ୍ରଣାଳୟ ଯଥା କୋଇଲା, ଡିପିଆଇଆଇଟି, ରେଳବାଇ, ବିଦ୍ୟୁତ, ଇସ୍ପାତ, ସାର ଓ ରସାୟନ, ସଡ଼କ ପରିବହନ ମନ୍ତ୍ରଣାଳୟ, ଜାହାଜ ଚଳାଚଳ ଓ ଜଳମାର୍ଗ ସମେତ ପୂର୍ବ କ୍ଷେତ୍ରର ଉଦ୍ୟୋଗ ଜଗତର ଅଂଶୀଦାରମାନଙ୍କ ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିବେ । ପୂର୍ବାଞ୍ଚଳରେ ସମାବେଶୀ ବିକାଶ ନିମନ୍ତେ ଗଭୀର ବିଚାରବିମର୍ଶ କରିବା ଓ ଆବଶ୍ୟକ ପରାମର୍ଶ ଦେବା ଲକ୍ଷ୍ୟ ନେଇ ଏହି ସମ୍ମିଳନୀ ଆୟୋଜନ କରାଯାଉଛି।
ଲଜିଷ୍ଟିକ୍ସ କ୍ଷମତାରେ ସୁଧାର ଓ ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବା ଲାଗି ଏକ ପରିବର୍ତ୍ତନକାରୀ ଦୃଷ୍ଟିକୋଣ ନେଇ ଏକୀକୃତ ମୌଳିକ ଭିତ୍ତିଭୂମି ବିକାଶ ଲାଗି ପିଏମ ଗତିଶକ୍ତି ଜାତୀୟ ମାଷ୍ଟର ପ୍ଲାନ (ଏନଏମପି)ର ଶୁଭାରମ୍ଭ କରାଯାଇଥିଲା। ଏହାର ଉଦ୍ଦେଶ୍ୟ ହେଉଛି ବିଭିନ୍ନ ମନ୍ତ୍ରଣାଳୟ/ରାଜ୍ୟ/ବିଭାଗ/ଉଦ୍ୟୋଗକୁ ଗୋଟିଏ ମଞ୍ଚରେ ଏକତ୍ରିତ କରିବା, ଯାହାଫଳରେ ମୌଳିକ ଭିତ୍ତିଭୂମି ଯୋଗାଯୋଗ ପ୍ରକଳ୍ପର ଏକୀକୃତ ଯୋଜନା ଉପରେ କାମ କରି ଏହାକୁ ସମନ୍ବିତ ଢଙ୍ଗରେ କାର୍ଯ୍ୟକାରୀ କରାଯାଇପାରିବ।