ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇଛି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଭୁବନେଶ୍ୱରସ୍ଥିତ ପରିସରର ମୂଖ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଓ ବିଭାଗୀୟ ସଚିବ ଅଶ୍ୱଥୀ ଏସ୍ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଛାତ୍ରଛାତ୍ରୀ www.odisharesults.nic.in ୱେବସାଇଟରୁ ମଧ୍ୟ ରେଜଲ୍ଟ ଦେଖିପାରିବେ।

SAMS ପୋର୍ଟାଲରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ। ବିଜ୍ଞାନରେ ପାସ୍ ହାର ୮୯୪.୯୩ ପ୍ରତିଶତ ହୋଇଥିବା ବେଳେ ବାଣିଜ୍ୟରେ ପାସ ହାର ୮୧.୧୨ ପ୍ରତିଶତ । ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ କରିଥିବା ବେଳେ, ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଏବଂ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି ।