ଗଣପର୍ବ ନୂଆଖାଇ ପାଇଁ ପ୍ରଧାନମନ୍ତ୍ରୀ ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ଗଣପର୍ବ ନୂଆଖାଇ । ନୂଆଖାଇ ଏକ କୃଷି ଭିତିକ ପର୍ବ । ମାଆ ମାଟିକୁ କୃତଜ୍ଞତା ଜଣାଇବାର ପର୍ବ । ପ୍ରଥମ ଅମଳ ଧାନକୁ ଇଷ୍ଟଦେବୀଙ୍କୁ ଭୋଗ ଲଗାଇ ନିଜେ ସେବନ କରନ୍ତି ସମସ୍ତେ । ପରମ୍ପରା ଅନୁସାରେ ନୂଆଖାଇରେ ପ୍ରଥମେ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହୋଇଛି । ସମଲେଶ୍ୱରୀ ମନ୍ଦିରରେ ଦିନ ୧୨ଟା ୩୦ରୁ ୫ଟା ୩୦ ମଧ୍ୟରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଅନୁମତି ମିଳିଛି । ନୂଆଖାଇ ସାରିବା ପରେ ପଶ୍ଚିମ ଓଡ଼ିଶାବାସୀ ମନ୍ଦିର ଯାଇ ମାଁଙ୍କ ଦର୍ଶନ କରିବାର ପରମ୍ପରା ରହିଛି ।

ଏହି ପର୍ବ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।