କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର , କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ଜଣେ ମହିଳା କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବୁଧବାର ସକାଳେ ରିଜର୍ଭ ଲାଇନ୍ ପୁଲିସ କ୍ୱାର୍ଟରରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବା ବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ, ଢେଙ୍କାନାଳ ଟାଉନ ଥାନାରେ ମୃତ ମହିଳା କନଷ୍ଟେବଳ କାର୍ଯ୍ୟରତ ଥିଲେ