ଭୁବନେଶ୍ୱର(ଏସ୍ ନ୍ୟୁଜ):ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କୋରାପୁଟ, ମୟୁରଭଞ୍ଜ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୦୨ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୬୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ୩ ଲକ୍ଷ ୧୦ ହଜାର ୯୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇ ସାରିଲେଣି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୪୭୪ ଜଣ ଓ ସକ୍ରିୟ ଅଛନ୍ତି ୮୮୧୮ ଜଣ ।
୩୦ଟି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୫୨, ବରଗଡ଼ରୁ ୨୬, ଭଦ୍ରକରୁ ୬, ବଲାଙ୍ଗୀରରୁ ୩୬, ବୌଦ୍ଧରୁ ୪, କଟକରୁ ୬୫, ଦେବଗଡ଼ରୁ ୯, ଢେଙ୍କାନାଳରୁ ୧୫, ଗଜପତିରୁ ୧, ଗଞ୍ଜାମରୁ ୨୫, ଜଗତ୍ସିଂହପୁରରୁ ୩୮, ଯାଜପୁରରୁ ୩୧, ଝାରସୁଗୁଡ଼ାରୁ ୨୨, କଳାହାଣ୍ଡିରୁ ୩୬, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୩୯, କେନ୍ଦୁଝରରୁ ୧୯, ଖୋର୍ଦ୍ଧାରୁ ୧୦୨, କୋରାପୁଟରୁ ୧୫, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୪୬, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୫, ନୂଆପଡ଼ାରୁ ୩୩, ପୁରୀରୁ ୩୦, ରାୟଗଡ଼ାରୁ ୨୧, ସମ୍ବଲପୁରରୁ ୨୨, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୮୨ ଓ ଷ୍ଟେଟ୍ ପୁଲ୍ରୁ୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।