ରାଉରକେଲା: କରୋନାର ନିଜର କାୟା ପୁଣି ବିସ୍ତାର କରିବାରେ ଲାଗିଲାଣି । ଏହାରି ମଧ୍ୟରେ ରାଉରକେଲା ଏନଆଇଟିର ୩ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ ଜଣ ଛାତ୍ର ଓ ଜଣେ ଜଣେ ଛାତ୍ରୀଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଛି । ଏନେଇ ଏନଆଇଟି କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ୩ ଜଣଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ବେଳେ ସେମାନଙ୍କୁ ଆଇସୋଲେସନରେ ରଖାଯାଇଛି ।