ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୫୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।