ରାଜ୍ୟରେ ହ୍ରାସ ପାଉଛି କରୋନା ମୃତ୍ୟୁ ସଂଖ୍ୟା-shaksi news

ଭୁବନେଶ୍ୱର(ଏସ ନ୍ୟୁଜ):ରାଜ୍ୟରେ କମୁଛି କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା। ଗଲା ଦୁଇ ଦିନ ହେବ ଲଗାତର ୧୦ ତଳେ କରୋନା ମୃତ୍ୟୁ ସଂଖ୍ୟା ରହିଛି । ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୯ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି ।


ମୃତକଙ୍କ ମଧ୍ୟରେ ଖୋର୍ଦ୍ଧ ଜିଲ୍ଲାରୁ ସର୍ବଧିକ ୩ ଜଣ ଅଛନ୍ତି । ସମସ୍ତ ମୃତକ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୩୫, ୫୫, ୬୦ ରହିଛି । ସେହିପରି ନୂଆପଡା ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁଇ ଜଣଙ୍କ ମଧ୍ୟରେ ଜେଣ ୬୦ ବର୍ଷୀୟ ବୃଦ୍ଧ ଏବଂ ଜେଣ ୫୦ ବର୍ଷୀୟ ମହିଳ ଅଛନ୍ତି ।

ଅନ୍ୟପଟେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୪୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୧ ଜଣ ସଂଗ‌ରୋଧ କେନ୍ଦ୍ରରୁ ଥିବା ବେଳେ ୧୭୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ ହଜାର ୭୨୫ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୧ ହଜାର ୨୫୬ ଜଣ। ଏବେ ବି ସକ୍ରିୟ ଅଛନ୍ତି ୫ହଜାର ୬୭୭ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲା ରୁ ୨୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୯ଜଣ, ବରଗଡ଼ରୁ ୭, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୫ଜଣ, କଟକରୁ ୨୫ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୭ ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୭ଜଣ, ଜଗତ୍‌ସିଂହପୁରରୁ ୧୬ ଜଣ, ଯାଜପୁରରୁ ୨୦ଜଣ, ଝାରସୁଗୁଡ଼ାରୁ ୧୪ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୧୯ଜଣ, କେନ୍ଦୁଝରରୁ ୧୯ ଜଣ, ଖୋର୍ଦ୍ଧାରୁ ୨୩ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୩ ଜଣ, ମୟୂରଭଞ୍ଜରୁ ୩୨ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୭ଜଣ, ନୂଆପଡ଼ାରୁ ୨୩ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧୭, ସମ୍ବଲପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୫ ଜଣ ଚିହ୍ନଟ ହୋଇଛନ୍ତି।