ରାଜ୍ୟରେ ୧୮ ଶହ ଟପିଲା ମୃତ୍ୟୁ ସଂଖ୍ୟା-shaksi news

ଭୁବନେଶ୍ୱର( ଏସ୍ ନ୍ୟୁଜ ): ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ନେଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୦୨ରେ ପହଞ୍ଚିଛି। ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୪ ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ତାଙ୍କ ଘର ସୁନ୍ଦରଗଡ଼ରେ। ତାଙ୍କୁ ୫୫ ବର୍ଷ ହୋଇଥିଲା। ସେ ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡ଼ିତ ଥିଲେ। ସେହିପରି ସୁନ୍ଦରଗଡ଼ରେ ଜଣେ ବୃଦ୍ଧଙ୍କର ବି ମୃତ୍ୟୁ ଘଟିଛି। ତାଙ୍କୁ ୬୫ ବର୍ଷ ହୋଇଥିଲା। ସେ କିଡ୍‌ନୀ ଓ ଉଚ୍ଚ ରକ୍ତଚାପ ଜନିତ ସମସ୍ୟାରେ ବି ପୀଡ଼ିତ ଥିଲେ।ଅନ୍ୟ ଦୁଇ ମୃତକ ବାଲେଶ୍ୱର ଓ ମାଲକାନଗିରି ଜିଲ୍ଲାର। ଉଭୟଙ୍କୁ ୭୦ ବର୍ଷ ହୋଇଥିଲା। ଉଭୟ ଉଚ୍ଚ ରକ୍ତଚାପ ସହିତ ଅନ୍ୟାନ୍ୟ ସ୍ୱାସ୍ଥ୍ୟଜନିତ ସମସ୍ୟାରେ ପୀଡ଼ିତ ଥିଲେ।ଦୁଇଟି ନୂଆ ମୃତ୍ୟୁ ମାମଲା ସହିତ ସୁନ୍ଦରଗଡ଼ରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୪ ହୋଇଯାଇଛି। ବାଲେଶ୍ୱରରେ ଏହି ସଂଖ୍ୟା ୮୮ ହୋଇଥିବା ବେଳେ ମାଲକାନଗିରିରେ ୨୪ ରହିଛି। ସେହିପରି ଏଯାବତ୍‌ ଖୋର୍ଦ୍ଧା ଜିଲ୍ଲାରେ କରୋନା ସବୁଠୁ ଅଧିକ ୩୦୮ ଜଣଙ୍କ ମୁଣ୍ଡ ନେଇଛି।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୩ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି । ନୂତନ ସଂକ୍ରମିତଙ୍କୁ ମିଶାଇ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୩୬୪ରେ ପହଞ୍ଚିଥିବା ବେଳେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୧୮ ହଜାର ୨୭୮ ରେ ପହଁଚିଛି। ସକ୍ରିୟ ଅଛନ୍ତି ୩୨୩୧ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ‌ହୋଇଥିବା ବେଳେ ବାଲେଶ୍ବରରୁ ୨୬ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧୧ ଜଣ, ବୌଦ୍ଧରୁ ଜଣେ, କଟକରୁ ୨୦ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍‌ସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨୫ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୧୪ ଜଣ, ଖୋର୍ଦ୍ଧାରୁ ୩୧ ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ୨ ଜଣ, ମୟୂରଭଞ୍ଜରୁ ୨୯ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୫୨ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୭ ଜଣ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୪ ଜଣଙ୍କର ମୃତ୍ୟୁ ଘଟିଛି।