ରାଜ୍ୟରେ ୧୪ କରୋନା ସଂକ୍ରମିତ ମୃତ୍ୟୁ-shaksi news

ଭୁବନେଶ୍ୱର(ଏସ୍ ନ୍ୟୁଜ ) :ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟର ୧୪ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୂଆପଡା ଏବଂ ରାୟଗଡା ଜିଲ୍ଲାରୁ ଜଣେ ରହିଛନ୍ତି ।

ସେପଟେ ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୫୨୭୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୬୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୨୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୨ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୬୯ଜଣ, ପୁରୀ ଜିଲ୍ଲାରୁ ୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୬ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୫୨୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୬୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୬୪୨୪୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।