ରାଜ୍ୟରେ ୧,୪୯୫ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର(ଏସ୍ ନ୍ୟୁଜ):ରାଜ୍ୟରେ ଆଜି ୧୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ନେଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ , ଅନୁଗୁଳ, କନ୍ଧମାଳ, ସମ୍ବଲପୁର, କୋରାପୁଟ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟ‌ରେ ୧୦୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮୫ ଜଣ ସଂଗରୋଧ କେନ୍ଦ୍ରରୁ ଓ ୪୩୩ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭ ହଜାର ୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୨ ଲକ୍ଷ ୯୩ ହଜାର ୭୪୧ ଜଣ, ସେହିପରି ସକ୍ରିୟ ଅଛନ୍ତି ୧୧ ହଜାର ୭୧୫ ଜଣ ଆକ୍ରାନ୍ତ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨୪ ଜଣ, ଭଦ୍ରକରୁ ୨୭ ଜଣ, ବଲାଙ୍ଗୀରରୁ ୬୭ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୭୩ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୨୦ ଜଣ, ଗଜପତିରୁ ୭ ଜଣ, ଗଞ୍ଜାମରୁ ୧୩ ଜଣ, ଜଗତ୍‌ସିଂହପୁରରୁ ୫୧ ଜଣ, ଯାଜପୁରରୁ ୩୯ ଜଣ, ଝାରସୁଗୁଡ଼ାରୁ ୨୭ ଜଣ, କଳାହାଣ୍ଡିରୁ ୪୩ ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୩୮ ଜଣ, କେନ୍ଦୁଝରରୁ ୩୫ ଜଣ, ଖୋର୍ଦ୍ଧାରୁ ୮୩ ଜଣ, କୋରାପୁଟରୁ ୧୨ ଜଣ, ମାଲକାନଗିରିରୁ ୩ ଜଣ, ମୟୂରଭଞ୍ଜରୁ ୮୬ ଜଣ, ନବରଙ୍ଗପୁରରୁ ୧୭ ଜଣ, ନୟାଗଡ଼ରୁ ୧୦ ଜଣ, ନୂଆପଡ଼ାରୁ ୪୧ ଜଣ, ପୁରୀରୁ ୩୮ ଜଣ, ସମ୍ବଲପୁରରୁ ୪୬ ଜଣ, ସୋନପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୯୪ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି।