ରାଜ୍ୟରେ ଆଉ ୧୬ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଏସ ନ୍ୟୁଜ ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ପୁଣି ୧୨୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି ।ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କେନ୍ଦୁଝର ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ଼, କଟକ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ, ବୌଦ୍ଧ, ନୟାଗଡ଼ ଓ ରାଉରକେଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଅନ୍ୟପଟେ ରାଜ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୫୧୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ର‌ାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ସୁସ୍ଥ ହୋଇ ସାରି‌ଲେଣି ୨ ଲକ୍ଷ ୮୮ ହଜାର ୧୬୮ ଜଣ। ୧୩ ହଜାର ୧୩୧ ଜଣ ଏବେ ସକ୍ରିୟ ଅଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୮ ଜଣ କରେନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବ‌ାଲେଶ୍ବରରୁ ୧୦୭ ଜଣ, ବରଗଡ଼ରୁ ୩୯ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୪୬ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୧୦୬ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୦ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୧୫ ଜଣ, ଗଜତ୍‌ସିଂହପୁରରୁ ୫୩ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୩୬ ଜଣ, କଳାହାଣ୍ଡିରୁ ୩୮ ଜଣ, କନ୍ଧମାଳରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୫୦ ଜଣ, କେନ୍ଦୁଝରରୁ ୪୦ ଜଣ, ‌ଖୋର୍ଦ୍ଧାରୁ ୯୨ ଜଣ, କୋରାପୁଟରୁ ୨୮ ଜଣ, ମାଲକାନଗରିରୁ ୫ ଜଣ, ମୟୂରଭଞ୍ଜରୁ ୮୩ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୨୩ ଜଣ, ନୂଆପଡ଼ାରୁ ୩୧ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ବଲପୁରରୁ ୩୨ ଜଣ, ସୋନପୁରରୁ ୨୦ ଜଣ, ସୁନ୍ଦରଗଡ଼ରୁ ୧୦୭ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୯ ଜଣ ଆକ୍ର‌ାନ୍ତ ଚିହ୍ନଟ ହୋଇଛନ୍ତି।