କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର(ଏସ୍ ନ୍ୟୁଜ):ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ରେ ପହଞ୍ଚି ଯାଇଛି।

ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୪ ଜଣ ଥିବା ବେଳେ ସମ୍ବଲପୁରରୁ ୩ ଜଣ ଅଛନ୍ତି। ଜଗତସିଂହପୁର, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଭୁବନେଶ୍ୱର, ଭଦ୍ରକ, ବରଗଡ଼, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୫୨ରେ ପହଞ୍ଚିଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩୭୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭୩ ଜଣ ସ୍ଥାନୀୟ ସଂକ୍ରମିତ। ସେହିପରି ସୁସ୍ଥ ହୋଇ ସାରିଲେଣି ୨ ଲକ୍ଷ ୯୯ ହଜାର ୧୫୯ ଜଣ। ଏବେ ବି ସକ୍ରୟ ଅଛନ୍ତି ୯ ହଜାର ୨୮୦ ଜଣ।

୩୦ ଟି ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୩ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୨୯ ଜଣ, ବଲାଙ୍ଗୀରରୁ ୩୨ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୩୮ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍‌ସିଂହପୁରରୁ ୨୭ ଜଣ, ଯାଜପୁରରୁ ୧୭ ଜଣ, ଝାରସୁଗୁଡ଼ାରୁ ୨୬ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେନ୍ଦୁଝରରୁ ୩୭ ଜଣ, ଖୋର୍ଦ୍ଧାରୁ ୭୩ ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ୧୬ ଜଣ, ମୟୂରଭଞ୍ଜରୁ ୫୯ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ରୁ ୯ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।